ମେଷ: ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ। ମାଲି-ମକଦ୍ଦମାରେ ବିଜୟୀ ହେବେ।
ବୃଷ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତି ଯୋଗ ରହିଛି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।
ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
କର୍କଟ: ମା’ଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ପରିବାରରେ ହସଖୁସିର ପରିବେଶ ରହିବ।
ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ହଳଦିଆ ବସ୍ତ୍ର ଦାନ କରନ୍ତୁ।
ତୁଳା: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।
ବିଚ୍ଛା: ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।
ଧନୁ: ଛାତିରେ ଯନ୍ତ୍ରଣା ଅନୁଭବ କରି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଇଶ୍ୱରଙ୍କୁ ଆରଧନା କରନ୍ତୁ।
କୁମ୍ଭ: ବନ୍ଧୁଙ୍କ ସହଯୋଗ ମିଳିବ। ସୁସ୍ୱାଦୁ ଖାଦ୍ୟ ଖାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
ମୀନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଆନ୍ତୁ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।