୨୮ ଏପ୍ରିଲ୍‌,ମଙ୍ଗଳବାର: ଶତ୍ରୁମାନେ ମଥାନତ କରିବେ

ମେଷ: ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ। ବୃଷ: ସାମ୍ବାଦିକମାନଙ୍କୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। କାମ କାର୍ଯ୍ୟରେ ସ୍ଥିତି ବହୁତ ସନ୍ତୋଷଜନକ ରହିବ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ମିଥୁନ: ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଉପଯୋଗ କରିବେ। ଅଧିକାରୀ କାମରେ […]

astrology

Jyoshna Pradhan
  • Published: Tuesday, 28 April 2020
  • , Updated: 13 May 2020, 07:43 AM IST

ମେଷ: ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ: ସାମ୍ବାଦିକମାନଙ୍କୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। କାମ କାର୍ଯ୍ୟରେ ସ୍ଥିତି ବହୁତ ସନ୍ତୋଷଜନକ ରହିବ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ: ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଉପଯୋଗ କରିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ।

କର୍କଟ: ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଅତ୍ୟଧିକ  କାର୍ଯ୍ୟ ଚାପ ସ୍ୱୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ: ଶତ୍ରୁମାନେ ମଥାନତ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପାରିବାରିକ ସ୍ଥିତି ସନ୍ତୋଷଜନକ ହେବ।

କନ୍ୟା: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସନ୍ତାନ ସନ୍ତତିଙ୍କ ଇଚ୍ଛା ରକ୍ଷା କରି ଶାନ୍ତି ପାଇବେ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ।

ତୁଳା: ସହକର୍ମୀଙ୍କ ସହ ବିବାଦର ସମାଧାନ କରିପାରିବେ। ପୁରାତନ ରୋଗରୁ ଉପଶମ ମିଳିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ।

ବିଛା: ସନ୍ତାନମାନଙ୍କର ଉନ୍ନତିରେ ଖୁସି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ।

ଧନୁ: ସାମ୍ବାଦିକମାନେ ପ୍ରଶଂସିତ ହେବେ। କାରବାର ଦିଗରୁ ପ୍ରଚୁର ଲାଭବାନ ହେବେ। ମାନସିକ ଦୁଶ୍ଚିନ୍ତା, ଶତ୍ରୁବାଧା ଦୂରେଇ ଯିବ।

ମକର: ରୋଜଗାର ସମସ୍ୟା  ସୁଧୁରି ଯିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ।

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

କୁମ୍ଭ: କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଭାତୃ ବିବାଦ ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ।

ମୀନ: ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ।

 

 

 

 

Related story