୨୮ ମାର୍ଚ୍ଚ, ଶନିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇ ପାରେ। ଇଶ୍ୱରଙ୍କୁ ଆରଧନା କରନ୍ତୁ। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଖର୍ଚ୍ଚ ବଢ଼ିବ। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସିଂହ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ […]

Astrology

Jyoshna Pradhan
  • Published: Saturday, 28 March 2020
  • , Updated: 28 March 2020, 07:34 AM IST

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇ ପାରେ। ଇଶ୍ୱରଙ୍କୁ ଆରଧନା କରନ୍ତୁ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଖର୍ଚ୍ଚ ବଢ଼ିବ। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ । ଦ୍ୱନ୍ଦ୍ୱ ଭିତରେ ରହିବେ।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମା’ଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା:  ଆତ୍ମବିଶ୍ୱାସ ବଢ଼ିବ।  ମନ ଖୁସି ରହିବ। ଋଣ ଦିଅନ୍ତୁ ନାହିଁ।

ଧନୁ: ଦିନଟି ଭଲରେ କଟିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମୀନ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ। ଶରୀର ଫୂର୍ତ୍ତି ରହିବ।

 

Related story