ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।
ବୃଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।
ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ।
ବିଛା: ଶରୀର ଫୂର୍ତ୍ତି ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
ଧନୁ: ପଦୋନ୍ନତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।
ମକର: ଅଧିକ ପରିଶ୍ରମ କରିପାରନ୍ତି। ଅପରାହ୍ଣ ପରେ କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
କୁମ୍ଭ: ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ଋଣ ଦିଅନ୍ତୁ ନାହିଁ।
ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ପୋଷାକ କିଣିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।