୪ ଜୁଲାଇ,ଗୁରୁବାର: ଉପହାର ମିଳିପାରେ

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଅଳସୁଆ ଅନୁଭବ କରିବେ। ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ […]

astro

Jyoshna Pradhan
  • Published: Thursday, 04 July 2019
  • , Updated: 04 July 2019, 07:20 AM IST

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଅଳସୁଆ ଅନୁଭବ କରିବେ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗହଣା କିଣିପାରନ୍ତି।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଚାକିରିକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ଖୁସି ଖବର ଶୁଣିପାରନ୍ତି।

ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

ମୀନ: ଜୀବନସାଥିଙ୍କ ସହଯୋଗ ମିଳିବ। ଉପହାର ମିଳିପାରେ। ଉତ୍ତମ ଭୋଜନ କରିବେ।

Related story