ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।
ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ସିଂହ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ। ବାପାମା’ଙ୍କ ଆଶୀର୍ବାଦ ମିଳିବ।
କନ୍ୟା: ପିତାଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
ବିଚ୍ଛା: ମନ ଖୁସି ରହିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ।
ଧନୁ: ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ଦିନଟି ଭଲରେ କଟିବ।
ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅପରାହ୍ଣରେ ପେଟରେ ଯତ୍ନଣା ଅନୁଭବ କରିପାରନ୍ତି।
କୁମ୍ଭ: ଉପହାର ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ମୀନ: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।