ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ଆର୍ଥିକ ସ୍ଥିତି ଭଲ ରହିବ।
ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣି ପାରନ୍ତି।
ସିଂହ: ମାନ-ସମ୍ମାନ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।
ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ବିଚ୍ଛା: ଜୀବନସାଥୀଙ୍କ ସହଯୋଗ ମିଳିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ଧନୁ: ଆତ୍ମବିଶ୍ୱାସ ବଢ଼ିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
କୁମ୍ଭ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତି ଦେଖାଦେଇପାରେ।
ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।