ମେଷ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।
ବୃଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଲାଗି ରହିଥିବା ଚିନ୍ତା ଦୂର ହେବ।
ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
କର୍କଟ: ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ସିଂହ: ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।
କନ୍ୟା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।
ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।
ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।
ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।
କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।