ମେଷ: ଶୁଭ ସମାଚାର ପାଇବେ। ରୋଜଗାର ସମସ୍ୟା ଦୂରେଇ ଯିବ ଓ ମାନସିକ ସୁସ୍ଥତା ଅନୁଭବ କରିବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଗୃହ, ବାହାନ ପ୍ରାପ୍ତି ହୋଇପାରେ ।
ବୃଷ: ଘରେ ହସଖୁସିର ବାତାବରଣ ସୃଷ୍ଟି ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ ।
ମିଥୁନ: ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ରାଜନୈତିକ କ୍ଷେତ୍ରରେ ସାବଧାନତାର ସହ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ ।
କର୍କଟ: ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମଚାରୀମାନେ ଉଚ୍ଚାଧିକାରୀ, ସହକର୍ମୀ ଓ ଭାଇ ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗେ ପାଇବେ । ମିଷ୍ଟାନ ଭୋଜନ, ଉଚ୍ଚ ଆଶା ପୂରଣ ଓ ରାଜନୀତିରେ ପ୍ରଶଂସିତ ହେବେ ।
ସିଂହ: ବନ୍ଧୁ ମିତ୍ରଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଯୋଗୁ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ସାହିତ୍ୟ ଓ କଳା କ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ ।
କନ୍ୟା: କର୍ମଚାରୀମାନେ ସନ୍ତୁଳନ ରକ୍ଷା କରି କାର୍ଯ୍ୟକ୍ଷେତ୍ରରେ ଅଗ୍ରସର ହେବେ । ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ କ୍ଷେତ୍ରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ ।
ତୁଳା: ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ, ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ବିଚ୍ଛା:ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ। ଭଲ ଆୟ ଯୋଗୁ ପରିବାର ସଦସ୍ୟ ଆନନ୍ଦିତ ହେବେ ।
ଧନୁ: ବ୍ୟକ୍ତିତ୍ୱ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରି ପାରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ ଲାଭ କରିବେ ।
ମକର: ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ କର୍ମକ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ। ପାରିବାରିକ ଜୀବନରେ ସୁବିଧାବାଦକୁ ଆପଣେଇ ନେଇ ସଫଳ ହେବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହେବେ।
କୁମ୍ଭ: ଉଚିତ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆଶା ଓ ଉର୍ଜା ଦ୍ୱାରା ଯେକୌଣସି ପ୍ରତିଯୋଗିତାକୁ ସ୍ୱିକାର କରିବା ପାଇଁ ପ୍ରସ୍ତୁତ ରହିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ ।
ମୀନ:ସ୍ୱାସ୍ଥ୍ୟ ଦୃଷ୍ଟିକୋଣରୁ ସୁଧାର ଆସିବା ସହ ଶୁଭ ସମାଚାର ଶୁଣିବାକୁ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନମୂଳକ କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।