ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ପ୍ରଦ ହେବ । ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଲାଭ ମିଳିବ । ମହିଳା ଓ ଛାତ୍ରଛାତ୍ରୀଙ୍କୁ ମାନସିକ ଶାନ୍ତି ମିଳିବ ।
ବୃଷ: ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । ଆର୍ଥିକ ଉନ୍ନତି ଘଟିବ, ଯାହା ଫଳରେ ଭାରାକ୍ରାନ୍ତ ମନ ପ୍ରଫୁଲ୍ଲିତ ରହିବ।
ମିଥୁନ: ଆଜି ଆପଣ ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ ।
କର୍କଟ: ଆଜି ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ଆର୍ଥିକ ଉନ୍ନତି ହେବ । ମହିଳା ଓ ଛାତ୍ରୀମାନେ ସମ୍ମାନିତ ହେବେ ।
ସିଂହ: ଆଜି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ପାଇବ । ଧନ ସଞ୍ଚୟ ପାଇଁ ଦିନଟି ଅନୁକୂଳ ରହିବ। କର୍ମ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇପାରିବ ।
କନ୍ୟା: ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ। ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା: ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନ ହେଲେ କ୍ଷତି ସହିବାକୁ ପଡିପାରେ । ବହୁଦିନରୁ ଲାଗି ରହିଥିବା ମକଦ୍ଦମାର ସମାଧାନ ହୋଇପାରେ। କୃଷି କ୍ଷେତ୍ରରେ ଉନ୍ନତି କରିବେ, ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।
ବିଛା: ଆଜି ଦିନଟି ମନ ପ୍ରଫୁଲ ରହିବ । ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ ।
ଧନୁ: ଆଜି ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ। କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।
ମକର: ଆଜି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇପାରେ । ବ୍ୟବସାୟରେ ଲାଭ କମ ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ।
କୁମ୍ଭ: ଆଜି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।
ମୀନ: ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ହାସଲ କରିବେ ।