ମେଷ: ଆଜି ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରେ। ଦାମ୍ପତ୍ୟ ଜୀବନରେ ମତାନ୍ତର ଦେଖାଦେଇପାରେ । ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ ।
ବୃଷ: ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ନିକଟସ୍ଥ ଜଣାଶୁଣା ବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।
ମିଥୁନ: ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ପ୍ରିୟ ପରିଜନ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ଆପଣଙ୍କ ନିନ୍ଦାଗାନ କରିବେ । ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ । ମାଲିମକଦ୍ଦମା,ଜମିଜମା ସମସ୍ୟା ଦୂର ହୋଇଯିବ ।
କର୍କଟ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।
ସିଂହ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ । ଆପଣଙ୍କ କଥାକୁ ଅନ୍ୟମାନେ ଭୁଲ୍ ବୁଝିବେ । ବାରମ୍ବାର ଚେଷ୍ଟା ସତ୍ତ୍ୱେ ବିଫଳତା ହେତୁ ମନ ଅବସାଦଗ୍ରସ୍ତ ରହିବ ।
କନ୍ୟା: ଆଜି ବନ୍ଧୁଙ୍କ ସହ ମନାନ୍ତର କାରଣରୁ ମନ ଭାରାକ୍ରାନ୍ତ ରହିବ। କୌଣସି କାମରେ ମନ ଲାଗିବ ନାହିଁ । ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍ ଖୁସି ରହିବେ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ ।
ତୁଳା: ଆଜି ବନ୍ଧୁ ଓ ପରିବାର ସଦସ୍ୟଙ୍କ ସମର୍ଥନରେ ଅସମ୍ଭବ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ । ବିଳାସବ୍ୟସନ ଦ୍ରବ୍ୟକ୍ରୟ କରିବେ ।
ବିଛା: ଆଜି ବାଣିଜ୍ୟ, ବ୍ୟବସାୟରେ ଲାଭବାନ । ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କିଛିଟା ସମସ୍ୟା ଦେଖାଦେଇପାରେ । କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ ।
ଧନୁ: ବକେୟା ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା ହେତୁ ମନ ପ୍ରଫୁଲ୍ଲ ରହିବ । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ । ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ମକର: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ । ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ। ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
କୁମ୍ଭ: ଆଜି ଅର୍ଥ, ମାନ ସମ୍ମାନ ଓ ପ୍ରତିଷ୍ଠା ମିଳିବ । ବହୁ ଦିନର ବକେୟା ପ୍ରାପ୍ୟ ମିଳିବ। ମାଙ୍ଗଳିକ କାମରେ ଯୋଗଦାନ କରିବେ ।
ମୀନ: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି । ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରି ଲକ୍ଷ୍ୟପୂରଣରେ ସମର୍ଥ ହେବେ।