ଅକ୍ଟୋବର ୭, ବୁଧବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆତ୍ମସମୀକ୍ଷା କରିବାକୁ ବାଧ୍ୟ ହେବେ। ଶରୀର ଫୂର୍ତ୍ତି ରହିବ।

ବୃଷ: ପ୍ରତି କାର୍ଯ୍ୟରେ ପରିପକ୍ୱତାର ପରିଚୟ ଦେବେ। ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ। ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ତୁଳା: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଛା: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।