ମେଷ: ପାରିବାରିକ ଜୀବନ ସୁଖମୟ ହେବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ। ସନ୍ତାନମାନଙ୍କର ଉନ୍ନତି ହେବ। କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
ସିଂହ: ମନ ଅସ୍ଥିର ରହିବ। କୌଣସି ମୂଲ୍ୟବାନ୍ ଜିନିଷ କିଣିବା ପାଇଁ ମନ ବଳାଇପାରନ୍ତି। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।
କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇଁ ଝଗଡ଼ା ହୋଇପାରେ।
ତୁଳା: ଅର୍ଥଲାଭ ହେବ। ଦୀର୍ଘ ଦିନର ସମସ୍ୟାର ସମାଧାନ ହେବ। ଖଳ ଲୋକଙ୍କ କଥାରେ ପଡ଼ିପାରନ୍ତି। ଫଳରେ କିଛି ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ବିଛା: ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରିବେ। ପାରିବାରିକ କ୍ଷେତ୍ରରେ ଦିନଟି ଭଲ ରହି ନପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ।
ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମକର: ପରିବାର ଲୋକଙ୍କ ଗହଣରେ ଦିନଟିକୁ ହସଖୁସିରେ ଅତିବାହିତ କରିବେ। ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ଅଗ୍ନି, ଜଳ ଓ ବିଦ୍ୟୁତ ପ୍ରତି ସାବଧାନ ରୁହନ୍ତୁ।
କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
ମୀନ: ଆତ୍ମୀୟଙ୍କ ସହଯୋଗ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ।