୨୪ ଅକ୍ଟୋବର, ଶନିବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ: ପରିବାରରେ ହସ ଓ ଖୁସିର ପରିବେଶ ରହିବ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ: ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ହେବେ। ସ୍ୱାସ୍ଥ୍ୟ ଦିଗରୁ  ବିଶେଷ ସତର୍କ ରହିବା ଉଚିତ। କୁକୁରକୁ କିଛି  ଖାଇବାକୁ ଦିଅନ୍ତୁ।

ମିଥୁନ: ମନ ବିଚଳିତ ରହିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାଆ ବାପା  ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ଶରୀର ସୁସ୍ଥ ରହିବେ। ଖାଦ୍ୟପେୟ ଯତ୍ନ ନିଅନ୍ତୁ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ  ଅନେକ କ୍ଷତି ହେବ।

କନ୍ୟା: ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହାସ କରିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ତୁଳା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପାରିବାରିକ ଜୀବନ ସୁଖମୟ ହେବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବିଛା: ଉପରିସ୍ଥ କର୍ମଚାରୀଙ୍କ ଠାରୁ  ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବଜାୟ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ।

ଧନୁ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।  ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ।

କୁମ୍ଭ: ଦିନଟି ଖୁସିରେ କଟିବ। ଶୁଭ ସମାଚାର ପାଇ  ଖୁସି ହେବେ। ବନ୍ଧୁଙ୍କ ଠାରୁ  ସାହାଯ୍ୟ ସମର୍ଥନ ପାଇବେ।

ମୀନ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ସମ୍ବାଦିକମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।