୧୪ ଫେବ୍ରୁଆରୀ, ରବିବାର: ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହେବ

ମେଷ: ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ପ୍ରତିକାର– ଲାଲ୍ ବସ୍ତ୍ର ପରିଧାନ କରନ୍ତୁ। ବୃଷ: ମନ ମୁତାବକ କାର୍ଯ୍ୟ କରିବାକୁ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ପାରିବାରିକ ଜୀବନ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତିକାର– ମା’ଙ୍କ ପାଦ ଛୁଇଁ ପ୍ରଣାମ କରନ୍ତୁ। ମିଥୁନ: କର୍ମକ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖା ଦେବ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। […]

Daily Horoscope

Daily Horoscope

Jitendra Garnayak
  • Published: Sunday, 14 February 2021
  • Updated: 14 February 2021, 07:56 AM IST

Sports

Latest News

ମେଷ: ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ପ୍ରତିକାର- ଲାଲ୍ ବସ୍ତ୍ର ପରିଧାନ କରନ୍ତୁ।

ବୃଷ: ମନ ମୁତାବକ କାର୍ଯ୍ୟ କରିବାକୁ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ପାରିବାରିକ ଜୀବନ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତିକାର- ମା’ଙ୍କ ପାଦ ଛୁଇଁ ପ୍ରଣାମ କରନ୍ତୁ।

ମିଥୁନ: କର୍ମକ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖା ଦେବ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ପ୍ରତିକାର- ହଳଦୀ ପାଣିରେ ସ୍ନାନ କରନ୍ତୁ।

କର୍କଟ: ସାମାନ୍ୟ ଘଟଣାକୁ ନେଇ ପରିବାରରେ ତିକ୍ତତା ଦେଖାଦେବ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ମିଳିବ। ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ପ୍ରତିକାର- ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।

ସିଂହ: କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ପ୍ରାଇଭେଟ୍ ଚାକିରି କରିଥିବା ବ୍ୟକ୍ତିମାନେ ଉଚ୍ଚ ଅଧିକାରୀଙ୍କ କ୍ରୋଧର ଶିକାର ହେବେ। ପ୍ରତିକାର- ଗରିବ ଲୋକଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା: ପରିବାରରେ ସୁଖଶାନ୍ତି ବଜାୟ ରହିବ। ଅର୍ଥଲାଭ ହେବ। ସ୍ୱାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ। କିଛି ଛୋଟ କଥାକୁ ନେଇ ମନରେ ଟିକେ ଦ୍ୱନ୍ଦ୍ୱ ଉପୁଜିବ। ପ୍ରତିକାର- ଶ୍ୱେତ ଚନ୍ଦନ ମଥାରେ ଲଗାନ୍ତୁ।

ତୁଳା: ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ହେବେ। ଆର୍ଥିକ ଚିନ୍ତା ଲାଗି ରହିବ। ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ପ୍ରତିକାର- ଗ୍ରାମଦେବୀଙ୍କ ପାଖରେ ଘିଅ ଦ୍ୱୀପ ଜାଳନ୍ତୁ।

ବିଛା: ବ୍ୟବସାୟ କରୁଥିବା ବ୍ୟକ୍ତିମାନେ ଆଶା ମୁତାବକ ଲାଭ ପାଇବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ।

ଧନୁ: ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟଟିକୁ ସଂପନ୍ନ କରିବେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ବକେୟା ଅର୍ଥ ପ୍ରାପ୍ତି ହେବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର- କାଉ ଓ ପାରାକୁ ଖାଦ୍ୟ ଦିଅନ୍ତୁ।

ମକର: ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସମ୍ମୁଖୀନ ହେବେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ କଷ୍ଟ ଦେଇପାରେ। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ପ୍ରତିକାର- ଓସ୍ତଗଛ ମୂଳରେ ଜଳ ଢାଳନ୍ତୁ।

କୁମ୍ଭ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ସୁସ୍ୱାଦୁ ଭୋଜନ, ବସ୍ତ୍ର ଓ ଆଭୂଷଣ ଆଦି ପାଇବା ଯୋଗ ରହିଛି। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ପ୍ରତିକାର- ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।

ମୀନ: ସନ୍ତାନମାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ହେବ। କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତିମାନେ ଶୁଭଫଳ ପାଇବେ। ବ୍ୟୟ ବଢ଼ିବ। ପ୍ରତିକାର- ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos