୧୫ ଡିସେମ୍ବର,ବୁଧବାର; ଦୂରସ୍ଥାନକୁ ଯାତ୍ରା କରିବେ

ମେଷ: ବ୍ୟବସାୟ କରୁଥିବା ବ୍ୟକ୍ତି ଲାଭ ପାଇପାରିବେ। ଆର୍ଥିକ ସ୍ଥିତି ସୁଦୃଢ ହେବ। ନୂଆ ଲୋକଙ୍କ ସହିତ ବନ୍ଧୁତା ବଢିବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବୃଷ: ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ। ବ୍ୟବସାୟ ଲାଗି ବାହାରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ ପାଇଁ ଖର୍ଚ୍ଚାନ୍ତ କରିବେ। ଭ୍ରମଣ ଯୋଗ ରହିଛି।

ମିଥୁନ: ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଦେଖାଦେଲେ ମଧ୍ୟ ତାହାକୁ ଅତିସହଜରେ ସମାଧାନ କରି ଦେବେ। ଛାତ୍ରଛାତ୍ରୀମାନେ ପାଠ ପଢାରେ ମନ ବଳାଇବେ। ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ।

କର୍କଟ: କର୍ମକ୍ଷେତ୍ରରେ ମାନ ସମ୍ମାନ ମିଳିବାରୁ ଖୁସି ଅନୁଭବ କରିବେ। ରାଜନୀତି କରୁଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇପାରିବେ। ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଅଶାନ୍ତି ଦେଖାଯିବ।

ସିଂହ: ଛାତ୍ରଛାତ୍ରୀମାନେ ପାଠପଢାକୁ ନେଇ ଚିନ୍ତିତ ହେବେ। ଗଣମାଧ୍ୟମରେ କାର୍ଯ୍ୟରତ ଥିବା ବ୍ୟକ୍ତିମାନଙ୍କୁ ଶୁଭଫଳ ମିଳିବ।

କନ୍ୟା: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବା ସହିତ ଅର୍ଥ ବ୍ୟୟ ମଧ୍ୟ ହେବ। ପାରିବାରିକ ଅଶାନ୍ତି ଲାଗି ରହିବ। ବନ୍ଧୁଙ୍କ ସହିତ ମତଭେଦ ହେବ।

ତୁଳା: ପାରିବାରିକ ବୁଝାମଣା ଠିକ ରହିବ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ସରକାରୀ ଚାକିରି କରିଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ।

ବିଛା: ସାମାଜିକ କାର୍ଯ୍ୟରେ ଅଧିକ ସମୟ ଅତିବାହିତ କରିବେ। କମ୍ପାନୀ ଚାକିରି କରିଥିବା ବ୍ୟକ୍ତିମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ପାଇବେ।

ଧନୁ: ଯାନବାହାନରେ  ଗଲାବେଳେ ସାବଧାନ ସହିତ ଯାଆନ୍ତୁ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମନରେ ଅନେକ ଚିନ୍ତା ବୃଦ୍ଧି ଘଟିବ।

ମକର: ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ କ୍ଷେତ୍ରରେ ମାନ ସମ୍ମାନ ମିଳିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ।

କୁମ୍ଭ: ପିଲାମାନଙ୍କର  ସଫଳତା ଦେଖି ବାପା ମା ଖୁସି ହେବେ। ସୁସ୍ୱାଦୁ ଭୋଜନ କରିବେ। ରାଜନୀତି କରୁଥିବା ବ୍ୟକ୍ତି ପ୍ରଶଂସିତ ହେବେ।

ମୀନ: ଛାତ୍ରଛାତ୍ରୀମାନଙ୍କ ପାଇଁ ଦିନଟି ଭଲ ରହିବ। ପାରିବାରିକ ସମସ୍ୟା ସମାଧାନ ହେବ।  ବ୍ୟବସାୟରେ ଲାଭ ମିଳିବ।

 

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।