୧୮ ଜୁନ୍‌, ଶୁକ୍ରବାର: କୌଣସି କଥାକୁ ନେଇ ମନସ୍ତାପ କରିବେ

ମେଷ: ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାହାଯ୍ୟ କରିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ବହୁ ଦିନର ଆଶା ପୂରଣ ହେବ। ବୃଷ: ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ଭାବିଚିନ୍ତି କରନ୍ତୁ। ବୃତ୍ତିଗତ କାର୍ଯ୍ୟ ପାଇଁ ବନ୍ଧୁଙ୍କ ପରାମର୍ଶ ନିଅନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ମିଥୁନ: ବ୍ୟବସାୟକୁ ବଢ଼ାଇବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ଜୀବନ ସାଥୀଙ୍କ ଠାରୁ ପୂର୍ଣ୍ଣ ସମର୍ଥନ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ପିଲାମାନଙ୍କର ପାଠପଢ଼ାକୁ ନେଇ […]

Covaxin

Covaxin

Jitendra Garnayak
  • Published: Friday, 18 June 2021
  • Updated: 18 June 2021, 08:02 AM IST

ମେଷ: ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାହାଯ୍ୟ କରିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ବହୁ ଦିନର ଆଶା ପୂରଣ ହେବ।

ବୃଷ: ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ଭାବିଚିନ୍ତି କରନ୍ତୁ। ବୃତ୍ତିଗତ କାର୍ଯ୍ୟ ପାଇଁ ବନ୍ଧୁଙ୍କ ପରାମର୍ଶ ନିଅନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ମିଥୁନ: ବ୍ୟବସାୟକୁ ବଢ଼ାଇବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ଜୀବନ ସାଥୀଙ୍କ ଠାରୁ ପୂର୍ଣ୍ଣ ସମର୍ଥନ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ପିଲାମାନଙ୍କର ପାଠପଢ଼ାକୁ ନେଇ ବାପାମା’ ଚିନ୍ତିତ ରହିବେ। ମାନସମ୍ମାନ ବଢ଼ିବ। ଅଫିସ୍‌ରେ ଅଧିକ ଦାୟିତ୍ୱ ମିଳିବ।

ସିଂହ: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। କ୍ଷୁଦ୍ର ବ୍ୟବସାୟୀମାନେ କ୍ଷତି ସହିପାରନ୍ତି। ଗୁପ୍ତଶତ୍ରୁଙ୍କ ସଂଖ୍ୟା ବଢ଼ିବ।

କନ୍ୟା: ରାସ୍ତାରେ ଯା’ଆସ ବେଳେ ସାବଧାନତା ଅବଲମ୍ବନ କରନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି।

ତୁଳା: ବ୍ୟବସାୟକୁ ବଢ଼ାଇବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। କୌଣସି କଥାକୁ ନେଇ ମନସ୍ତାପ କରିବେ। କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ।

ବିଛା: କର୍ମକ୍ଷେତ୍ରରେ ମାନସମ୍ମାନ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ। କୌଣସି ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚି ଯାଇପାରେ।

ଧନୁ: ଭାବୁଥିବା କଥା ଅଚାନକ ପୂରଣ ହେବ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।
ଅପରାହ୍ନ ପରେ ମାନସିକ ଅଶାନ୍ତି ଦେଖାଦେବ।

ମକର: ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଫଳ ପ୍ରଦାନ କରିବ। ପ୍ରତି ସମସ୍ୟାକୁ ଅତି ସହଜରେ ସମାଧାନ କରିବେ। ଆୟ ବଢ଼ିବ।

କୁମ୍ଭ: କୌଣସି ଶୁଭ କାର୍ଯ୍ୟ କରିବା ପାଇଁ ବନ୍ଧୁବାନ୍ଧବଙ୍କର ପରାମର୍ଶ ନେବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଆୟର ନୂଆ ପନ୍ଥା ଖୋଜିବେ।

ମୀନ: ମିଡିଆରେ କାର୍ଯ୍ୟରତ ଥିବା ବ୍ୟକ୍ତିମାନଙ୍କୁ ଶୁଭଫଳ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସୁସ୍ୱାଦୁ ଭୋଜନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos