୨୨ ଏପ୍ରିଲ, ଶୁକ୍ରବାର; କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରଖିଲେ ବିପଦରେ ପଡ଼ିବେ

ମେଷ: ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବନ୍ଧୁ ଆର୍ଥିକ ସହାୟତା କରିବେ। ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବୃଷ: ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିପାରନ୍ତି। ମିଥୁନ: ସମସ୍ତ କାର୍ଯ୍ୟ ସୁରୁଖୁରୁରେ ପୂର୍ଣ୍ଣ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା […]

RASI

RASI

Tapaswini Nayak
  • Published: Friday, 22 April 2022
  • Updated: 22 April 2022, 07:44 AM IST

Sports

Latest News

ମେଷ: ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବନ୍ଧୁ ଆର୍ଥିକ ସହାୟତା କରିବେ। ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।

ବୃଷ: ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିପାରନ୍ତି।

ମିଥୁନ: ସମସ୍ତ କାର୍ଯ୍ୟ ସୁରୁଖୁରୁରେ ପୂର୍ଣ୍ଣ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ମାନସିକ ସୁସ୍ଥତା ଅନୁଭବ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ।

ସିଂହ: ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ ।

କନ୍ୟା: ସହକର୍ମୀମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରକୁ ଅତିଥି ଆସିପାରନ୍ତି।

ତୁଳା: ବ୍ୟବସାୟ କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇ ଆଶାତୀତ ଲାଭ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

ବିଚ୍ଛା: ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରିପାରିବେ। ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ।

ଧନୁ: ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ପରିବର୍ତ୍ତନ ଆସିବା ସହ ଆଶାତୀତ ଲାଭ ପ୍ରାପ୍ତି ହେବ।

ମକର: କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବା ସହ ଅଧିକ ଲାଭବାନ୍ ହେବେ।

କୁମ୍ଭ: ବ୍ୟବସାୟରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବନ୍ଧୁମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। କଥାବାର୍ତ୍ତାରେ ନିୟନ୍ତ୍ରଣ ନରଖିଲେ ବିପଦରେ ପଡିବେ।

ମୀନ: ସାମାଜିକ ସ୍ତରରେ ଖ୍ୟାତି ଅର୍ଜନ କରିବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos