ଡିସେମ୍ବର ୨୪, ଗୁରୁବାର: ତୁଳସୀ ଗଛ ମୂଳର ମାଟି ମଥାରେ ଲଗାଇବେ

ମେଷ: ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ବୃଷ: ବହୁଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ସୁସ୍ୱାଦୁ ଭୋଜନ ଖାଇବେ। ସନ୍ତାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ରହିବ। ମିଥୁନ: ବ୍ୟବସାୟରେ ଭଲ ଲାଭ ମିଳିବ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ଅଫିସ୍‌ରେ ଅଧିକ ଦାୟିତ୍ୱ ମିଳିପାରେ। କର୍କଟ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତାଗ୍ରସ୍ତ ରହିବେ। […]

Daily Horoscope

Jitendra Garnayak
  • Published: Thursday, 24 December 2020
  • , Updated: 24 December 2020, 07:51 AM IST

ମେଷ: ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ: ବହୁଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ସୁସ୍ୱାଦୁ ଭୋଜନ ଖାଇବେ। ସନ୍ତାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ରହିବ।

ମିଥୁନ: ବ୍ୟବସାୟରେ ଭଲ ଲାଭ ମିଳିବ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ଅଫିସ୍‌ରେ ଅଧିକ ଦାୟିତ୍ୱ ମିଳିପାରେ।

କର୍କଟ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତାଗ୍ରସ୍ତ ରହିବେ।

ସିଂହ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ଅପରାହ୍ନରେ ଖୁସି ଖବର ମିଳିବ। ଘରକୁ ବନ୍ଧୁଙ୍କ ଆଗମନ ହୋଇପାରେ।

କନ୍ୟା: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ସାମାନ୍ୟ ଘଟଣାକୁ ନେଇ ପରିବାରରେ ତିକ୍ତତା ଦେଖାଦେବ। ପ୍ରତିକାର- ତୁଳସୀଗଛ ମୂଳର ମାଟି ମଥାରେ ଲଗାନ୍ତୁ।

ତୁଳା: ପରିବାରରେ ବନ୍ଧୁ ମିଳନ ହେବ। ସ୍ୱାସ୍ଥ୍ୟ ଆଗ ଅପେକ୍ଷା ଭଲ ରହିବ। ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ।

ବିଛା: ବ୍ୟବସାୟରେ ସଫଳତା ପାଇବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ପ୍ରାଇଭେଟ ସେକ୍ଟରରେ ଚାକିରୀ କରିଥିବା ଲୋକଙ୍କ ପାଇଁ କିଛି ସମସ୍ୟା ଆସିପାରେ।

ଧନୁ: ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ଚିନ୍ତା ମାନସିକ ଅଶାନ୍ତି ସୃଷ୍ଟି କରାଇବ। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ମାନେ ଟିକେ ସାବଧାନତା ଅବଲମ୍ବନ କରନ୍ତୁ।

ମକର: ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ।

କୁମ୍ଭ: ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ। ପୁରାତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ବକେୟା ଅର୍ଥ ପ୍ରାପ୍ତି ହେବ।

ମୀନ: ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସମ୍ମୁଖୀନ ହେବେ।

Related story