୨୪ ନଭେମ୍ବର, ବୁଧବାର; ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେ କରି ପାଠପଢାରେ ମନଯୋଗ ଦେବେ। ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ଘର ପାଇଁ କୌଣସି  ଜିନିଷ କିଣି ପାରନ୍ତି। ମିଥୁନ: ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୁରୁଜନଙ୍କ ସେବା ଓ […]

RASI

Tapaswini Nayak
  • Published: Wednesday, 24 November 2021
  • , Updated: 25 November 2021, 07:35 AM IST

ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେ କରି ପାଠପଢାରେ ମନଯୋଗ ଦେବେ।

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ଘର ପାଇଁ କୌଣସି  ଜିନିଷ କିଣି ପାରନ୍ତି।

ମିଥୁନ: ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ।

କର୍କଟ: କର୍ମକ୍ଷେତ୍ରରେ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ।  ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମାନ ସମ୍ମାନରେ ବାଧା ଆସିପାରେ।

ସିଂହ: ଶରୀର ସୁସ୍ଥ ରହିବା ସହ ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମର ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ମାନ ସମ୍ମାନ ବୃଦ୍ଧି ହେବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ପ୍ରସନ୍ନ ରହିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ।

ବିଚ୍ଛା: ଶିକ୍ଷାକ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ଆକସ୍ମିକ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ ।

ଧନୁ: ବନ୍ଧୁମିଳନ ହେତୁ ମନଖୁସି ରହିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ ।

ମକର: ଶତ୍ରୁମାନେ ଦୂରେଇ ଯିବେ। ସରକାରୀ କାମରେ ସଫଳତା ମିଳିବ। ଅଧିକ ରୋଜଗାରର ବାଟଦେଖା ଯିବା ସହ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ।

କୁମ୍ଭ: ଧନ ପ୍ରାପ୍ତିର ଯୋଗ ରହିଛି। ଶୁଭସମାଚାର ମିଳିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ।  ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରି ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ।

 

Related story