ମେଷ: ପାରିବାରିକ ଜୀବନ ଭଲ ରହିବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢ଼ିପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।
ବୃଷ: ସମ୍ମାନପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ।
ମିଥୁନ: ଦିନଟି ଭଲରେ କଟିବ। ଶତୃମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।
କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।
ସିଂହ: ମନ ଅସ୍ଥିର ରହିବ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।
କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିପାରିବେ। ବକେୟା ଅର୍ଥ ମିଳିପାରେ।
ତୁଳା: ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ବ୍ୟକ୍ତିଙ୍କ କଥାରେ ପ୍ରଭାବିତ ହୋଇ କର୍ମକ୍ଷେତ୍ରରେ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।
ବିଛା: କୌଣସି ସମ୍ପର୍କୀୟଙ୍କ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ପରିବାରରେ ଅଶାନ୍ତି ଦେଖାଯାଇପାରେ। କିଛି କହିବା ଅପେକ୍ଷା ନୀରବ ରହିଲେ ଭଲ ହେବ।
ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ମୁକାବିଲା କରିବାରେ ସଫଳ ହେବେ।
ମକର: ପରିବାର ଲୋକଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଖର୍ଚ୍ଚ ବୃଦ୍ଧି ପାଇବାରୁ ସାମାନ୍ୟ ଚିନ୍ତିତ ରହିପାରନ୍ତି। ଅଗ୍ନି, ଜଳ ଓ ବିଦୁତ୍ ପ୍ରତି ସାବଧାନ ରହିବା ଭଲ।
କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହେବ। ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
ମୀନ: ବନ୍ଧୁଙ୍କ ସାହାଯ୍ୟ ନେଇ ଅଟକି ରହିଥିବା କାମକୁ ଶେଷ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।