୩ ଜୁଲାଇ, ରବିବାର: ମନ ଅସ୍ଥିର ରହିବ

ମେଷ: ପାରିବାରିକ ଜୀବନ ଭଲ ରହିବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢ଼ିପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ବୃଷ: ସମ୍ମାନପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ। ମିଥୁନ: ଦିନଟି ଭଲରେ କଟିବ। ଶତୃମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ। କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା […]

Horoscope

Jitendra Garnayak
  • Published: Sunday, 03 July 2022
  • , Updated: 03 July 2022, 08:03 AM IST

ମେଷ: ପାରିବାରିକ ଜୀବନ ଭଲ ରହିବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢ଼ିପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।

ବୃଷ: ସମ୍ମାନପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ।

ମିଥୁନ: ଦିନଟି ଭଲରେ କଟିବ। ଶତୃମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।

ସିଂହ: ମନ ଅସ୍ଥିର ରହିବ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିପାରିବେ। ବକେୟା ଅର୍ଥ ମିଳିପାରେ।

ତୁଳା: ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ବ୍ୟକ୍ତିଙ୍କ କଥାରେ ପ୍ରଭାବିତ ହୋଇ କର୍ମକ୍ଷେତ୍ରରେ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।

ବିଛା: କୌଣସି ସମ୍ପର୍କୀୟଙ୍କ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ପରିବାରରେ ଅଶାନ୍ତି ଦେଖାଯାଇପାରେ। କିଛି କହିବା ଅପେକ୍ଷା ନୀରବ ରହିଲେ ଭଲ ହେବ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ମୁକାବିଲା କରିବାରେ ସଫଳ ହେବେ।

ମକର: ପରିବାର ଲୋକଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଖର୍ଚ୍ଚ ବୃଦ୍ଧି ପାଇବାରୁ ସାମାନ୍ୟ ଚିନ୍ତିତ ରହିପାରନ୍ତି। ଅଗ୍ନି, ଜଳ ଓ ବିଦୁତ୍ ପ୍ରତି ସାବଧାନ ରହିବା ଭଲ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହେବ। ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ବନ୍ଧୁଙ୍କ ସାହାଯ୍ୟ ନେଇ ଅଟକି ରହିଥିବା କାମକୁ ଶେଷ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ।

Related story