୬ ମାର୍ଚ୍ଚ, ଶନିବାର: ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ

ମେଷ: ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ନୃତ୍ୟ ଓ ଅଭିନୟ କ୍ଷେତ୍ରରେ ଥିବା ଲୋକେ ମାନସମ୍ମାନ ପାଇବେ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମନ ପସନ୍ଦର କାର୍ଯ୍ୟ କରିବାର ସୁଯୋଗ ପାଇବେ। ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ। ମିଥୁନ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ। ପ୍ରତିକାର: ଗଣେଶ ମହାପ୍ରଭୁଙ୍କ […]

RASI

RASI

Niharika Rout
  • Published: Saturday, 06 March 2021
  • Updated: 06 March 2021, 08:33 AM IST

Sports

Latest News

ମେଷ: ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ନୃତ୍ୟ ଓ ଅଭିନୟ କ୍ଷେତ୍ରରେ ଥିବା ଲୋକେ ମାନସମ୍ମାନ ପାଇବେ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ।

ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମନ ପସନ୍ଦର କାର୍ଯ୍ୟ କରିବାର ସୁଯୋଗ ପାଇବେ। ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ।

ମିଥୁନ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ। ପ୍ରତିକାର: ଗଣେଶ ମହାପ୍ରଭୁଙ୍କ ପାଖରେ ଲଡୁ ଭୋଗ କରନ୍ତୁ।

କର୍କଟ: ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ସାମାନ୍ୟ ଘଟଣାକୁ ନେଇ ପରିବାରରେ ଅଶାନ୍ତି ସୃଷ୍ଟି ହେବ। ପ୍ରତିକାର: ମା’ଙ୍କୁ ପ୍ରଣାମ କରନ୍ତୁ।

ସିଂହ: ସମସ୍ତେ ଖୁସିରେ ରହିବେ। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟୀ ମାନେ ଉନ୍ନତି କରିବେ। ଛାତ୍ରଛାତ୍ରୀମାନଙ୍କ ପାଇଁ ଦିନଟି ବେଶ୍ ଭଲ ରହିଛି।

କନ୍ୟା: ନୂତନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ମିଳିବ। ବ୍ୟବସାୟରେ ଭଲ ଲାଭ ମିଳିବ। କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସୁଯୋଗ ମିଳିପାରେ।

ତୁଳା: ମହିଳାମାନେ ପ୍ରତ୍ୟେକ କାର୍ଯ୍ୟରେ ନିନ୍ଦିତ ଓ ଅପମାନିତ ହେବେ। ନିଜ ଲୋକମାନେ କାର୍ଯ୍ୟରେ ବାଧା ଉପୁଜାଇବେ। ଆର୍ଥିକ ଚିନ୍ତା ଯୋଗୁ ମାନସିକ ଅଶାନ୍ତି ଦେଖାଦେବ।

ବିଛା: ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ।

ଧନୁ: ବହୁଦିନରୁ ଚିନ୍ତା କରୁଥିବା କାର୍ଯ୍ୟକୁ ସଂପନ୍ନ କରିବେ। ବାକି ପଡ଼ିଥିବା ଅର୍ଥ ଆଦାୟ କରିବେ। ସାହିତ୍ୟ, କଳା ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ।

ମକର: ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଛାତ୍ରଛାତ୍ରୀମାନେ କ୍ୟାରିଅରକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ପ୍ରତିକାର– ତୁଳସୀ ଗଛ ମୂଳର ମାଟି ମଥାରେ ଲଗାନ୍ତୁ।

କୁମ୍ଭ: ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ। ସୁସ୍ୱାଦୁ ଭୋଜନ ସହିତ ଆଭୂଷଣ ପ୍ରାପ୍ତି ଯୋଗ ରହିଛି।

ମୀନ: ସନ୍ତାନମାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ହେବ। ବ୍ୟବସାୟରେ ଲାଭ ପାଇବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ପ୍ରତିକାର– ମଥାରେ ଚନ୍ଦନ ଧାରଣ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos