୭ ଅଗଷ୍ଟ, ରବିବାର: ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ବୃଷ: କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ। ମିଥୁନ: ଶତୃମାନେ ପରାସ୍ତ ହେବେ। କୌଣସି ମୂଲ୍ୟବାନ ଜିନିଷ ହଜି ଯାଇପାରେ। ସହକର୍ମୀ ଓ ଭାଇଭଉଣୀଙ୍କ ସହଯୋଗରେ […]

Horoscope

  • Published: Sunday, 07 August 2022
  • , Updated: 07 August 2022, 07:54 AM IST

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ବୃଷ: କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ।

ମିଥୁନ: ଶତୃମାନେ ପରାସ୍ତ ହେବେ। କୌଣସି ମୂଲ୍ୟବାନ ଜିନିଷ ହଜି ଯାଇପାରେ। ସହକର୍ମୀ ଓ ଭାଇଭଉଣୀଙ୍କ ସହଯୋଗରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇପାରେ।

କର୍କଟ: ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।

ସିଂହ: ମନ ଅସ୍ଥିର ରହିବ। ଘରକୁ ଦାମୀ ଜିନିଷ ଆଣିପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।

କନ୍ୟା: ପାଇବାକୁ ଥିବା ଅର୍ଥକୁ ନେଇ ଝଗଡ଼ା ହୋଇପାରେ। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡ଼ାଏ କାମ ହାତକୁ ନେଇ ଚିନ୍ତିତ ରହିବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ପ୍ରକୃତିର ଲୋକଙ୍କ କଥାରେ ଭାସି ଯାଆନ୍ତୁ ନାହିଁ, ନହେଲେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ।

ବିଛା: ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ। ପାରିବାରିକ ଜୀବନ ଅଶାନ୍ତ ରହିବ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ସ୍ଥିତି ଅପେକ୍ଷାକୃତ ଭଲ ରହିପାରେ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ କୌଣସି ସମସ୍ୟା ଆସିଲେ, ତାହାକୁ ଚତୁରତାର ସହିତ ସାମ୍ନା କରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।

ମକର: ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ସମସ୍ତଙ୍କ ସହଯୋଗ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ କିଛି କ୍ଷତି ଘଟାଇ ପାରିବେ ନାହିଁ।

Related story