୮ ଜୁଲାଇ, ଗୁରୁବାର: ଠକାମୀରେ ପଡ଼ିପାରନ୍ତି

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ଶୁଭଫଳ ପ୍ରାପ୍ତି ହେବ। ବୃଷ: କେହି ଜଣେ ଭଲ ବନ୍ଧୁ ଦୂରେଇଯିବା କାରଣରୁ ମନ ଅସ୍ଥିର ରହିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଅନାବଶ୍ୟକ ଖର୍ଚ୍ଚ ହେବ। ରାଜନୀତି, କଳା ଓ ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ। କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ହୋଇପାରେ। ଠକାମୀରେ ପଡ଼ିପାରନ୍ତି। ସିଂହ: ସ୍ୱାସ୍ଥ୍ୟ ସମସ୍ୟା ନେଇ […]

Kashmir

Kashmir

Jitendra Garnayak
  • Published: Thursday, 08 July 2021
  • Updated: 08 July 2021, 07:51 AM IST

Sports

Latest News

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ଶୁଭଫଳ ପ୍ରାପ୍ତି ହେବ।

ବୃଷ: କେହି ଜଣେ ଭଲ ବନ୍ଧୁ ଦୂରେଇଯିବା କାରଣରୁ ମନ ଅସ୍ଥିର ରହିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଅନାବଶ୍ୟକ ଖର୍ଚ୍ଚ ହେବ। ରାଜନୀତି, କଳା ଓ ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।

କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ହୋଇପାରେ। ଠକାମୀରେ ପଡ଼ିପାରନ୍ତି।

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। ଅଟକି ରହିଥିବା କାମଟିକୁ ସଂପୂର୍ଣ୍ଣ କରିବେ। ଆର୍ଥିକ ସଙ୍କଟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଆପଣଙ୍କୁ କବଳିତ କରିପାରେ। ବ୍ୟବସାୟରେ ସମସ୍ୟା ଲାଗି ରହିବ।

ତୁଳା: କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି।

ବିଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

ଧନୁ: ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଉତ୍ତମ ବୁଝାମଣା କାରଣରୁ ପରିବାରରେ ଶାନ୍ତିପୂର୍ଣ୍ଣ ସ୍ଥିତି ବଜାୟ ରହିବ।

ମକର: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ଭାଇମାନଙ୍କ ସହିତ ମତଭେଦ ଦେଖାଦେଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।

କୁମ୍ଭ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ନିନ୍ଦିତ ହୋଇପାରନ୍ତି। ଆଶା ପୂରଣ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ମୀନ: ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos