୨୯ ମାର୍ଚ୍ଚ, ସୋମବାର, ଧନ ପ୍ରାପ୍ତି ହୋଇପାରେ

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ପ୍ରଫୁଲ୍ଲିତ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଲେ ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର- ମାଆ ବାପା, ଗୁରୁଜନଙ୍କୁ ପ୍ରଣାମ କରନ୍ତୁ। ବୃଷ: ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢ଼ାଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିକାର- ଗାଈକୁ କିଛି ଖାଦ୍ୟ ଖାଇବାକୁ […]

Horoscope

Madhupriya Mistry
  • Published: Monday, 29 March 2021
  • , Updated: 29 March 2021, 08:11 AM IST

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ପ୍ରଫୁଲ୍ଲିତ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଲେ ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର- ମାଆ ବାପା, ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

ବୃଷ: ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢ଼ାଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିକାର- ଗାଈକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ମିଥୁନ: ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭ ପାଇପାରନ୍ତି। ଆପୋଷ ବୁଝାମଣାରେ ପାରିବାରିକ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ। ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ସମସ୍ତ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ପ୍ରତିକାର- ଶ୍ୱେତଚନ୍ଦନକୁ କର୍ପୁରରେ ମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ: ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟର ଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର- ଦହି ଚିନି ଖାଇ ଘରୁ ବାହାରନ୍ତୁ।

କନ୍ୟା: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ। ସନ୍ତାନଙ୍କ ଦିଗରୁ ଶୁଭ ସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର- ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା: ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟ ବାଣିଜ୍ୟ ମାମଲାରେ କର୍ମଚାରୀମାନଙ୍କ ଦ୍ୱାରା ବିଶେଷ ଲାଭବାନ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା: ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବା ଫଳରେ ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ଚାଲିବା ଫଳରେ ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ପ୍ରତିକାର- ମାଆବାପା, ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

ଧନୁ: ଶୁଭ ସମାଚାର ମିଳିବା ଫଳରେ ଖୁସି ହେବେ। ସରକାରୀ ସାହାଯ୍ୟ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟୀମାନେ ଉତ୍ତମ ଆୟର ପଥ ପରିଷ୍କାର କରିବେ ଓ କର୍ମକ୍ଷେତ୍ରରେ ମଧ୍ୟ ଭଲ ସୁଯୋଗ ପାଇ ଖୁସି ହେବେ। ପ୍ରତିକାର- ମହୁ ଖାଇ ଘରୁ ବାହାରନ୍ତୁ।

ମକର: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। ସାମାଜିକ କାର୍ଯ୍ୟରେ ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ ଓ ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ: ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ପ୍ରଶଂସିତ ହେବେ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ: ବ୍ୟବସାୟୀମାନଙ୍କୁ  ଅର୍ଥ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ସୁନାମ ଅର୍ଜନ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Related story