୨୮ ଡିସେମ୍ୱର, ଶନିବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ମନ ଖୁସି ରହିବ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ମିଥୁନ:  ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। କନ୍ୟା: ନୂତନ କାର୍ଯ୍ୟରେ […]

astro-1

Jyoshna Pradhan
  • Published: Saturday, 28 December 2019
  • , Updated: 28 December 2019, 07:22 AM IST

ମେଷ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ମନ ଖୁସି ରହିବ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ।

ମିଥୁନ:  ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ଧନୁ:  ବ୍ୟସ୍ତତା ଭିତରେ ଦିନଟି କଟିବ। କାହାକୁ ଟାଣ କଥା କୁହନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ ବସ୍ତ୍ର କିଣି ପାରନ୍ତି।

କୁମ୍ଭ: ମାନ-ସମ୍ମାନ ମିଳିବ।  ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ମୀନ: ଆତ୍ମ ବିଶ୍ୱାସ  ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

Related story