୧ ଫେବୃଆରୀ, ଶୁକ୍ରବାର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ବୃଷ:  ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ ବିତିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ।

ବିଚ୍ଛା: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ଝଗଡ଼ା ହୋଇପାରେ। ବିବାହ ସ୍ଥିର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ପଡୋଶୀଙ୍କ ସହ ଝଗଡ଼ା ହୋଇପାରେ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।