ମେଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ପ୍ରତ୍ୟେକଟି ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଶରୀର ସୁସ୍ଥ ରହିବ।
ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।
କର୍କଟ: ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତିର ସୁଯୋଗ ରହିଛି। ମହିଳାମାନେ ପ୍ରତ୍ୟେକଟି କ୍ଷେତ୍ରରେ ପ୍ରଶଂସନୀୟ ହେବେ। ପରିବାରରେ ସୁଖ ବଜାୟ ରହିବ।
ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦିନଟି ଭଲରେ କଟିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।
ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।
ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ଧନୁ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି। ବହୁ ପୁରାତନ ବନ୍ଧୁଙ୍କ ସହିତ ଯୋଗାଯୋଗ କରିପାରିବେ।
ମକର: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅପରାହ୍ଣଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆଣ୍ଠୁ ଅଣ୍ଟା କିମ୍ବା ପାଦରେ ପୀଡା ଦେଖାଦେଇପାରେ।
ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।