୧୨ ମେ’, ଗୁରୁବାର: ରାସ୍ତାଘାଟରେ ସତର୍କତାର ସହ ଯାତାୟାତ କରନ୍ତୁ

ମେଷ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମିଥୁନ: ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ […]

RASI

Niharika Rout
  • Published: Thursday, 12 May 2022
  • , Updated: 12 May 2022, 07:50 AM IST

ମେଷ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।

ମିଥୁନ: ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍।

କର୍କଟ: ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ। ବ୍ୟବସାୟରେ ଲାଭବାନ୍ ହେବେ ।

ସିଂହ: ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ପାରିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ।

ତୁଳା: ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଭଲ ଲାଭ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ଶରୀର ସୁସ୍ଥ ରହିବ। ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପୈତୃକ ସମ୍ପତ୍ତିକୁ ନେଇ ବିବାଦର ସମାଧାନ ହେବ।

ଧନୁ: ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ଅଧାଥି ବା କାର୍ଯ୍ୟ ପୂରଣ ହେବ।

ମକର: ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି।

କୁମ୍ଭ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ।

ମୀନ: କିଛି ନୂତନ କର୍ମ ଆରମ୍ଭ କରିବା ପାଇଁ ସମ୍ପର୍କୀୟଙ୍କ ସହ ଆଲୋଚନା କରି ପ୍ରଶଂସା ପାଇବେ। ଦୂରଯାତ୍ରାରେ ସଫଳ ହେବେ।

 

 

Related story