୧୩ ମେ’, ଶୁକ୍ରବାର: ମାନସିକ ଅସ୍ଥିରତା ଦେଖାଦେବ

ମେଷ: ବନ୍ଧୁମାନଙ୍କ ସାହାଯ୍ୟ ଓ ସମର୍ଥନ ପାଇ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ଥିବା ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରିବେ। ବୃଷ: ମାନସିକ ଅସ୍ଥିରତା ଦେଖାଦେବ। କଡ଼ା କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକୁ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ […]

RASI

Tapaswini Nayak
  • Published: Friday, 13 May 2022
  • , Updated: 13 May 2022, 07:55 AM IST

ମେଷ: ବନ୍ଧୁମାନଙ୍କ ସାହାଯ୍ୟ ଓ ସମର୍ଥନ ପାଇ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ଥିବା ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରିବେ।

ବୃଷ: ମାନସିକ ଅସ୍ଥିରତା ଦେଖାଦେବ। କଡ଼ା କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକୁ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ: ସାମାଜିକ ପ୍ରତିଷ୍ଠା ବଜାୟ ରହିବ। ପ୍ରତ୍ୟେକ ପ୍ରତିଯୋଗିତାରେ ବିଜୟୀ ହେବେ। ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ।

ସିଂହ: ବିଳମ୍ବରେ ହେଲେ ବି ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ମିଥ୍ୟା ଅଭିଯୋଗ ସକାଶେ ଅଫିସରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି।

ତୁଳା: ଯାହା ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟକୁ ପୁଣି ଆରମ୍ଭ କରିବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।

ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଆୟର ନୂଆ ପନ୍ଥା ମିଳିପାରେ। ବ୍ୟବସାୟୀଙ୍କ ପାଇଁ ଦିନ ଶୁଭ ସାବ୍ୟସ୍ତ ହେବ।

ଧନୁ: ଦୂର ସ୍ଥାନକୁ ଯାତ୍ରା କରିବାର ସୁଯୋଗ ପାଇବେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡ଼ିପାରେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। ପୁରାତନ ରୋଗର ଉପଶମ ହେବ। କାହା ସହିତ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ କିଛି ସୁବିଧା ସୁଯୋଗରୁ ବଞ୍ଚିତ ହୋଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: ଦିନଟି ଆପଣଙ୍କୁ ଶୁଭଫଳ ପ୍ରଦାନ କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।

Related story