୨୮ ମେ’, ଶନିବାର: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ।  ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ସୃଷ୍ଟି ହୋଇପାରେ। ବୃଷ: ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ। ମିଥୁନ: ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବା ସହ ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା […]

RASI

Tapaswini Nayak
  • Published: Saturday, 28 May 2022
  • , Updated: 28 May 2022, 08:10 AM IST

ମେଷ: ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ।  ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ସୃଷ୍ଟି ହୋଇପାରେ।

ବୃଷ: ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ।

ମିଥୁନ: ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବା ସହ ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ।

କର୍କଟ: ଋଣ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ।

ସିଂହ: କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ।

କନ୍ୟା:  ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ।

ତୁଳା: ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ।

ବିଛା: ଅର୍ଥଲାଭ ହେବ। ସୁନାମପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଭଲ ଲାଭ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ।

ଧନୁ: ଧାତୁ ପଦାର୍ଥ କ୍ରୟବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭ ପାଇବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ।

ମକର: ସହକର୍ମୀ ମାନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତି ହେବ। ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ସହଜରେ ହୋଇଯିବ।

କୁମ୍ଭ: ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବ। କର୍ମକ୍ଷେତ୍ରରେ ଭଲ ସୁଯୋଗ ପାଇଲେ ମଧ୍ୟ ତା’ର ସଠିକ୍ ବ୍ୟବହାର କରିବା କଷ୍ଟକର ହେବ।

ମୀନ: ସ୍ୱାସ୍ଥ୍ୟ ଠିକ୍ ରହିବ। ପାରିବାରିକ ଜୀବନ ଭଲ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆଶା ପୂରଣ ହେବ।

 

Related story