୪ ମେ’, ବୁଧବାର: ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି। ବନ୍ଧୁମାନଙ୍କ  କଥା ବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ। ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ର୍ନିମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ […]

RASI

Tapaswini Nayak
  • Published: Wednesday, 04 May 2022
  • , Updated: 04 May 2022, 08:02 AM IST

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି। ବନ୍ଧୁମାନଙ୍କ  କଥା ବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ।

ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ର୍ନିମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ।

ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ।

 କର୍କଟ:  ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ।

ସିଂହ:  କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ।

କନ୍ୟା: ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇ ପାରେ।

ତୁଳା: ଆଜି ପୂର୍ବର ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖଶାନ୍ତିରେ କଟିବା  କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ। କର୍ମକ୍ଷେତ୍ରରେ  ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ।

ବିଛା: ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ର୍ନିମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଉପରିସ୍ଥଙ୍କ କର୍ମଚାରୀଙ୍କ ଆଦେଶାନୁସାରେ କାର୍ଯ୍ୟ କରିବା ପାଇଁ  ବାଧ୍ୟ ହେବେ।  ପିତା ମାତାଙ୍କ ଆର୍ଶ୍ରିବାଦ ଆପଣଙ୍କୁ ସହାୟ ହେବ।

ଧନୁ:  କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ  ପ୍ରଶଂସନୀୟ ହେବେ। ମନ ଭାରାକ୍ରାନ୍ତ ରହିବ। କୋର୍ଟ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା  ଆଜି ଯଗିରଖି ଚଳନ୍ତୁ କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ।

ମକର: ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ।  ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି।

କୁମ୍ଭ: ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ। ବିବାଦରେ ନୂଆ ମୋଡ଼ ଦେଖାଦେବ। ପୂର୍ବର ସମସ୍ୟା ସମାଧାନ ହୋଇଯିବ। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି।

ମୀନ: ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେହିଁ  ବିଜୟ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ।

Related story