୮ମେ’, ରବିବାର: ବହୁ ଦିନର ଆଶା ପୂରଣ ହେବ

ମେଷ: ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ।

ବୃଷ: ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ।

ମିଥୁନ: ଶାରୀରିକ ପୀଡ଼ା ଅନୁଭବ ହୋଇପାରେ। ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ।

କର୍କଟ:  ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇଯିବ।

ସିଂହ:  ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ। କୌଣସି ଶୁଭ ଖବର ଶୁଣିପାରନ୍ତି।

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ।

ତୁଳା: ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।

ବିଛା: କୌଣସି ଆନୁଷ୍ଠାନିକ କାର୍ଯ୍ୟ ଯୋଗଦାନ କରି ପ୍ରଶଂସିତ ହେବେ। ସାହାଯ୍ୟ ସହଯୋଗର ପାଇ ମନ ପ୍ରଫୁଲ୍ଲିତ ରହିବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ।

ଧନୁ:  ଜଗିରଖି ଚଳନ୍ତୁ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ।

ମକର: ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ। ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।

କୁମ୍ଭ: କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବହୁ ଦିନର ଆଶା ପୂରଣ ହେବ।

ମୀନ: ଆଶା ଆଶଙ୍କା ଦେଇ ଗତି କରିବେ। ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ। ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ।

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।