୧୯ ଜୁନ୍‌, ଶନିବାର: ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ

ମେଷ: ଆର୍ଥିକ ଦିଗରୁ ଉନ୍ନତି ହେବା ଯୋଗୁ ନୂତନ ଜିନିଷ କ୍ରୟ କରିପାରନ୍ତି l ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂର ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ l ପରିବାର  ସଦସ୍ୟଙ୍କ ଦ୍ୱାରା ପ୍ରଶଂସିତ ହେବେ l ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ l ପରିବାରରେ ମାନ ମନାନ୍ତର ଦୂର ହୋଇ ସାମାଜିକ ପତିଆରା ଅମଳିନ ରହିବ l ବ୍ୟବସାୟ କ୍ଷେତ୍ରରେ ଆକସ୍ମିକ ଧନ ଲାଭ ହେବ l ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚାଲିବା ଉଚିତ୍ l ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ l

ମିଥୁନ:  ଶୁଭ ସମାଚାର ପ୍ରାପ୍ତ ହେବ l ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ l ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ l ତରବରିଆ ହିସାବରେ କୌଣସି  କାର୍ଯ୍ୟ ନ କରି ଭାବିଚିନ୍ତି ପଦକ୍ଷେପ ନେବା ଉଚିତ l ପ୍ରତିକାର:-ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ l

କର୍କଟ: ଭାଇ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ l ବ୍ୟବସାୟିକ କ୍ଷେତ୍ରରେ ନୂତନ ପନ୍ଥା ଅନୁସରଣ କଲେ ବିଶେଷ ଲାଭ ହେବ l ଅନେକ ସମସ୍ୟାର ସମାଧାନ ହୋଇ ମାନସିକ ଶାନ୍ତି ମିଳିବ l ପ୍ରତିକାର-ଶ୍ୱେତଚନ୍ଦନ କର୍ପୁର ମିଶେଇ ମସ୍ତକରେ ଧାରଣ କରନ୍ତୁ l

ସିଂହ:  ଜନସେବା ଦ୍ୱାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ l ସମସ୍ତଙ୍କ ସହିତ ମିଳିମିଶି କାମ କରିପାରିଲେ ଅଧିକ ଉପକୃତ ହେବେ l ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ l ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ l

କନ୍ୟା: ଶୁଭ ସମାଚାର ପାଇବେ l ଆଲୋଚନା କ୍ଷେତ୍ରରେ ଠିକ୍ ନିଷ୍ପତି ନେବା ଫଳରେ କର୍ମକ୍ଷେତ୍ରରେ ଲାଭବାନ ହେବେ l ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ l ପ୍ରତିକାର- ସବୁଜ ରୁମାଲଟିଏ ପାଖରେ ରଖନ୍ତୁ l

ତୁଳା: ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ଓ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ l ଶତ୍ରୁହାନୀ ସହ ଉଚ୍ଚ ପ୍ରଶଂସା ଲାଭ  ଓ ଦମ୍ଭ ସାହସ ବୃଦ୍ଧି ହେବ l ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ l ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ l

ବିଚ୍ଛା: ଭାତୃବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ l କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ l ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ l ପ୍ରତିକାର-ମାବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ l

ଧନୁ: ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି l କାର୍ଯ୍ୟକ୍ଷେତ୍ରରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ l ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ଚେଷ୍ଟିତ ହେବେ l ପ୍ରତିକାର-ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ l

ମକର: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବା ସହ ମାନସିକ ଶାନ୍ତି ମିଳିବ l ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ କାର୍ଯ୍ୟ କରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ l ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟାଇବା ପାଇଁ ଚେଷ୍ଟା କରିବେ l ପ୍ରତିକାର- କଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ l

କୁମ୍ଭ: ଶତୃମାନେ ଦୂରେଇ ଯିବେ, ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ l ଲୋକ ସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ l ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ l ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ l

ମୀନ: ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ଶୁଭଚିନ୍ତକମାନେ ସାହାଯ୍ୟ କରିବେ l ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ l ପରିବାରକୁ ପ୍ରାଥମିକତା ଦେଇ ପାଖ ପଡୋଶୀଙ୍କ ସହିତ ମଧୁର ସମ୍ପର୍କ ରଖି ପାରିବେ l ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ l

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।