ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।
ବୃଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମାନ-ସମ୍ମାନ ପାଇବେ।
ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।
କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।
ତୁଳା: ନୂତନ ପୋଷାକ କିଣି ପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି।
ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।
ଧନୁ: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।
ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ।
କୁମ୍ଭ: ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।
ମୀନ: ପରିଶ୍ରମ ଅନୁସାରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।