୧୫ ନଭେମ୍ୱର,ଶୁକ୍ରବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ:  ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଅପରାହ୍ଣ ପରେ ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ:  ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କର୍କଟ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଋଣ କରନ୍ତୁ ନାହିଁ।

ତୁଳା:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବିଚ୍ଛା:  ପରିଶ୍ରମ ଅନୁସାରେ ସଫଳତା ପାଇବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମକର: ଘରକୁ ଅତିଥି ଆସିପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

ମୀନ:  ଆର୍ଥିକ ସ୍ଥିତି ଭଲ ରହିବ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ମତାନ୍ତର  ହୋଇପାରେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।