୧୯ ନଭେମ୍ୱର, ମଙ୍ଗଳବାର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ

ମେଷ: ମନ ଭଲ ରହିବ ନାହିଁ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ। ନୂଆ ବନ୍ଧୁ ମିଳିପାରନ୍ତି। ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ […]

astro1

astro1

Jyoshna Pradhan
  • Published: Tuesday, 19 November 2019
  • Updated: 19 November 2019, 07:23 AM IST

Sports

Latest News

ମେଷ: ମନ ଭଲ ରହିବ ନାହିଁ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ। ନୂଆ ବନ୍ଧୁ ମିଳିପାରନ୍ତି।

ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଅପରାହ୍ଣଠାରୁ ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି।

କନ୍ୟା: ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କାହା ସହିତ ଝଗଡ଼ା ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ତୁଳା: ଚାକିରି କରୁଥିବା ଲୋକେ ପଦୋନ୍ନତି ନେଇ ସଙ୍କେତ ପାଇପାରନ୍ତି। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ପରିବାର ଲୋକଙ୍କ ସହ ହସଖୁସିରେ ଦିନଟି କାଟିବେ।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇ ପାରନ୍ତି।

ଧନୁ: ଆଜି ଟିକେ ସତର୍କ ରୁହନ୍ତୁ। କୌଣସି ପ୍ରକାର ବିପଦରେ ପଡ଼ିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ମିଳିବ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।

ମୀନ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ଅଯଥାରେ କୌଣସି ବିବାଦୀୟ ପ୍ରସଙ୍ଗରେ ପଶନ୍ତୁ ନାହିଁ। ରାସ୍ତାରେ ଯା’ଆସ ବେଳେ ସତର୍କ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos