Advertisment

ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍

ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅପରାହ୍ନ ୫ଟା ବେଳେ ଗୃହରେ ବଜେଟ୍ ଉପସ୍ଥାପନ କରିବେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Assembly

Assembly

ଆଜି ରାଜ୍ୟ ବଜେଟ୍। ଚଳିତ ବର୍ଷର କାମଚଳା ବଜେଟ୍ ବିଧାନସଭାରେ ହେବ ଆଗତ। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅପରାହ୍ନ ୫ଟା ବେଳେ ଗୃହରେ ବଜେଟ୍ ଉପସ୍ଥାପନ କରିବେ। ନିର୍ବାଚନ ବର୍ଷ ଥିବାରୁ ଏହି କାମଚଳା ବଜେଟ୍ ବେଶ୍ ଗୁରୁତ୍ୱବହନ କରୁଛି।

Advertisment

ଏଥର ବଜେଟରେ ସରକାର କିଛି ଘୋଷଣା କରିପାରନ୍ତି। ତେବେ ଗତ ଦୁଇ ଦିନ ଧରି ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିବା ବେଳେ ବଜେଟ୍ ଆଗତ ହେବାକୁ ଯାଉଛି। ତେଣୁ ଅନୁମାନ କରଯାଉଛି କି ଆଜି ବି ଗୃହ ସରଗରମ ରହିପାରେ।

ଫେବ୍ରୁଆରୀ ୫ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ । ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ ହୋଇଥିଲା । ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଷୋଡଶ ବିଧାନସଭାର ୧୫ତମ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

Advertisment
Assembly