ଭୁବନେଶ୍ୱର: ୨୦୨୦ ସେପ୍ଟେମ୍ବର ସୁଦ୍ଧା ତାଳଚେର ସାର କାରଖାନା ପୁନରୁଦ୍ଧାର ହେବ। ଏଥିପାଇଁ ପ୍ରାୟ ୮ହଜାର କୋଟି ଟଙ୍କା ନିବେଶ ହେବ। କାରଖାନା ପନରୁଦ୍ଧାର ନେଇ ବସିଥିବା ଉଚ୍ଚସ୍ତରୀୟ ବୈଠକପରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢ଼ୀ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ସାର ରସାୟନ ମନ୍ତ୍ରାଳୟ, ଗ୍ୟାସ ଅଥରଟି,ରାଷ୍ଟ୍ରୀୟ କ୍ୟାମିକାଲ, ଫର୍ଟିଲାଇଜର ଲିମିଟେଡ୍ ଏବଂ ଗ୍ୟାସ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ର ମିଳିତ ସହଯୋଗରେ କାରଖାନା ପ୍ରତିଷ୍ଠା ହେବ।ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶକୀୟ ସହଯୋଗ ପ୍ରଦାନ ନେଇ ଆଜିର ବୈଠକରେ ଆଲୋଚନା ହୋଇଥିଲା। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି କେନ୍ଦ୍ର ସାର ଓ ରସାୟନ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୂଚନା ଦେଇଛନ୍ତି।
ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରଣାଳୟର ଯୁଗ୍ମ ସଚିବ, ଶିଳ୍ପ,ରାଜସ୍ୱ,ପୂର୍ତ୍ତ, ଆଇଟି ଓ ଶକ୍ତି ବିଭାଗର ସଚିବମାନେ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।