ଭୁବନେଶ୍ୱର: ସଚିବାଳୟରେ ଆଜି କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ) ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ସମୀକ୍ଷା ବୈଠକରେ ୩୪ଟି ପ୍ରକଳ୍ପ କାର୍ଯ୍ୟ ଶେଷ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି । ମୁଖ୍ୟ ଶାସନ ସଚିବ ଗୋକୁଳଚନ୍ଦ୍ର ପତି ଏଥିରେ ଅଧ୍ୟକ୍ଷତା କରିଥିଲେ । ରେଲୱେ, ଜାତୀୟ ରାଜପଥ, ଷ୍ଟିଲ ଓ ମାଇନ୍ସ, ପାୱାର ସେକ୍ଟରର ୪୩ଟି ମେଗା ପ୍ରକଳ୍ପ ଉପରେ ସମୀକ୍ଷା କରାଯାଇଥିଲା । ବୈଠକରେ ମୁଖ୍ୟ ଶାସନ ସଚିବ ପତି ପ୍ରତି ପ୍ରକଳ୍ପର କାର୍ଯ୍ୟ ଶେଷ ଲାଗି ସମୟସୀମା ଧାର୍ଯ୍ୟ କରିଛନ୍ତି । ଧାର୍ଯ୍ୟ ସମୟ ମଧ୍ୟରେ କାମ ଶେଷ କରିବାକୁ କୁହାଯାଇଛି । କିଛି ପ୍ରକଳ୍ପ ଲାଗି ଜମି ଅଧିଗ୍ରହଣ ଓ ଜଙ୍ଗଲ ଜମି କିଷମ ପରିବର୍ତ୍ତନ ଆଦି କ୍ଷେତ୍ରରେ ଅଗ୍ରଗତି ଘଟିଛି । ମୁଖ୍ୟ ଶାସନ ସଚିବ ଶୀଘ୍ର ଏହାକୁ କାର୍ଯ୍ୟକାରୀ କରିବାକୁ ପ୍ରଜେକ୍ଟ ଡେଭଲପରଙ୍କୁ ପରାମର୍ଶ ଦେଇଛନ୍ତି । ଏହାସହ ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।