Advertisment

ସୋମବାର ବ୍ୟାଙ୍କ ଛୁଟି

କିଛି ଦିନ ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର।

Bank Closed

Bank Closed

Advertisment

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ଆସନ୍ତା ସୋମବାର (ସେପ୍ଟେମ୍ବର ୯ ତାରିଖ)ରେ ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏଥିସହ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ମଧ୍ୟ ବନ୍ଦ ରହିବ। ସମସ୍ତ ବ୍ୟାଙ୍କ ଛୁଟି ରହିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Advertisment

କିଛି ଦିନ ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର। ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଛି।

ତେବେ ସେହିଦିନ ରବିବାର ଦିବସ ହୋଇଥିବାରୁ ୯ ତାରିଖକୁ ଅର୍ଥାତ୍ ଆସନ୍ତା ସୋମବାରକୁ ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ସେହିଦିନ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment
Cmo Of Odisha Nuakhai Holiday Nuakhai Festival Bank Close
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe