ନୂଆଦିଲ୍ଲୀ: ବ୍ୟାଙ୍କରେ ଅଚଳ ନୋଟ୍ ଜମା କରିବାର ଅବଧି ଗତକାଲି ଶେଷ ହୋଇଯାଇଛି। ଆଜିଠାରୁ ବ୍ୟାଙ୍କ ଗୁଡ଼ିକ ଆଉ ପୁରୁଣା ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଗ୍ରହଣ କରିବେ ନାହିଁ। ଭାରତରେ ରହୁଥିବା ଲୋକମାନେ ଆଜିଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ କେବଳ ଆର୍ବିଆଇ ଶାଖାରେ ପୁରୁଣା ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଜମା କରାଯାଇପାରିବ। ସେହିଭଳି ବିଦେଶରେ ରହୁଥିବା ଭାରତୀୟମାନେ ଜୁନ୍ ୩୦ ତାରିଖ ଭିତରେ ଆର୍ବିଆଇ ଶାଖାରେ ଟଙ୍କା ଜମା କରିପାରିବେ।
ଅପରପକ୍ଷେ ବିମୁଦ୍ରାକରଣ ପରଠୁ ଗତକାଲି ପର୍ଯ୍ୟନ୍ତ ବ୍ୟାଙ୍କ ଗୁଡ଼ିକରେ କେତେ ପରିମାଣରେ ପୁରୁଣା ୫୦୦ ଓ ୧୦୦୦ ଟଙ୍କିଆ ଜମା ହୋଇଛି ତା’ର ରିପୋର୍ଟ ମାଗିଛି ଆରବିଆଇ। ଇ-ମେଲ ମାଧ୍ୟମରେ ଅଚଳ ନୋଟ୍ଜମା ସମ୍ପର୍କରେ ସବିଶେଷ ତଥ୍ୟ ଦେବାକୁ ଦେଶର ସମସ୍ତ ରାଷ୍ଟ୍ରାୟତ୍ତ, ଘରୋଇ, ଗ୍ରାମ୍ୟ ଓ କୋଅପରେଟିଭ୍ ବ୍ୟାଙ୍କ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ଆରବିଆଇ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।