ବୌଦ୍ଧ: ବୌଦ୍ଧ ଜିଲ୍ଲାର ୪୨ଟି ସ୍କୁଲରେ ଶୌଚାଳୟ ନିର୍ମାଣ କରିବ ପାଇଁ ଲକ୍ଷ୍ୟ ରଖିଥିଲା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ)। ସ୍ୱଚ୍ଛ ବିଦ୍ୟାଳୟ ମିଶନ କାର୍ଯ୍ୟକ୍ରମ ଜରିଆରେ ଏହି ଶୌଚାଳୟଗୁଡ଼ିକୁ ନିର୍ମାଣ କରିବା ପାଇଁ ବ୍ୟାଙ୍କ ଯୋଜନା କରିଥିଲା। ଏଥି ମଧ୍ୟରୁ ୩୭ଟିର କାମ ଶେଷ ହୋଇଯାଇଛି। ଶୁକ୍ରବାର ସ୍ୱାଧୀନତା ଦିବସ ଅବସରରେ ବୌଦ୍ଧରେ ଏସବିଆଇର ଭୁବନେଶ୍ୱର ମଣ୍ଡଳ ପକ୍ଷରୁ କମ୍ୟୁନିଟି ସର୍ଭିସ ଆକ୍ଟିଭିଟି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଓ ଏଥିରେ ୩୭ଟି ସ୍କୁଲକୁ ଶୌଚାଳୟର ଚାବି ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ବାକି ୫ଟି ସ୍କୁଲର ଶୌଚାଳୟଗୁଡ଼ିକର ନିର୍ମାଣ କାର୍ଯ୍ୟ ଶେଷ କରାଯାଇ ଚାବି ହସ୍ତାନ୍ତର କରାଯିବ ବୋଲି ଘୋଷଣା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ପ୍ରଦୀପ ଅମାତ, ଜିଲ୍ଲାପାଳ ମଧୁସୂଦନ ମିଶ୍ର, ଏସବିଆଇର ମୁଖ୍ୟ ମହାପ୍ରବନ୍ଧକ ଭି.ବେଣୁଗୋପାଳ ରେଡ୍ଡୀ ଓ ମହାପ୍ରବନ୍ଧକ ଅନନ୍ତ ଚୌଧୁରୀ ପ୍ରମୁଖ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।