Advertisment

‘୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ହେବ ବସ୍ତିମୁକ୍ତ’

ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କରିଥିଲେ ରାଜ୍ୟପାଳ ରଘୁବର ଦାସ

ଅଦ୍ୟତନ ହୋଇଛି
Governor Raghubar Das

Governor Raghubar Das

Advertisment

ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ। ଆଜି ଏହି ଅଧିବେଶନର ପ୍ରଥମ ଦିନରେ ଗୃହରେ ଅଭିଭାଷଣ ରଖିଥିଲେ ରାଜ୍ୟପାଳ ରଘୁବର ଦାସ।ମୋଟ ୧ ଘଣ୍ଟା ୫୮ ମିନିଟ ବକ୍ତବ୍ୟ ରଖିଥିଲେ ରାଜ୍ୟପାଳ। ଦିନ ୧୧ଟାରୁ ରାଜ୍ୟପାଳଙ୍କ ଭାଷଣ ଆରମ୍ଭ ହୋଇ ୧୨ଟା ୫୮ରେ ସରିଥିଲା। ମୋଟ ୫୬ ପୃଷ୍ଠାର ଭାଷଣ ପଢ଼ିଥିଲେ ରାଜ୍ୟପାଳ। ଏହି ଅବସରରେ ରାଜ୍ୟପାଳ କ’ଣ କହିଛନ୍ତି, ସଂକ୍ଷେପରେ ପଢ଼ନ୍ତୁ।  

Advertisment
  • ପ୍ରାରମ୍ଭରେ ପୁରୀ ପରିକ୍ରମା ପ୍ରକଳ୍ପ ୮ ଶହ କୋଟିରେ ହୋଇଛି, ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ
  • ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ
  • ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ
  • ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି
  • ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି
  • ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ 
  • ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ହୋଇଛି
  • ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ
  • ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି
  • ୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି
  • ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି
  • ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି
  • ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି
  • ପ୍ରତି ପରିବାରକୁ ୫ ଲକ୍ଷ, ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି
  • ବିଜୁ ସ୍ବାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି
  • ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ
  • ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି
  • ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି
  • ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପରିବାରକୁ ରାଜ୍ୟ ଚାଉଳ ଦେଉଛି
  • ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି
  • ୧୭.୧୧ ଲକ୍ଷ ଚାଷୀଙ୍କଠାରୁ ୭୯.୧୬ ଲକ୍ଷ ଟନ୍‌ ଧାନ ସଂଗ୍ରହ ହୋଇଛି
  • ରାଜ୍ୟର ୪୦% ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି
  • ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି
  • ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି
  • ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ
  • ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି
  • ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି
  • ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ
  • ନ୍ୟୁୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ଚାଲିଛି
  • ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ୨ୟ ସହର
  • ୨୪ ସହରାଞ୍ଚଳର ୨୩ ଲକ୍ଷ ବାସିଦ୍ଦା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସୁବିଧା ପାଉଛନ୍ତି
  • ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି
  • କୋରାପୁଟ ଜିଲ୍ଲା କୋଟିଆରେ ସ୍ୱତନ୍ତ୍ର ଆଦର୍ଶ ବିଦ୍ୟାଳୟ କରାଯାଇଛି
  • ମିଶନ ଶକ୍ତି ଋଣ ଯୋଜନାରେ ବିନା ସୁଧରେ ୫ ଲକ୍ଷ ଯାଏଁ ଋଣ ମିଳୁଛି
  • ଆନ୍ତଃ-ଜାତି ବିବାହକୁ ସ୍ୱୀକୃତି ପାଇଁ ଦଂପତିଙ୍କୁ ୨.୫ ଲକ୍ଷ ପ୍ରୋତ୍ସାହନ
  • ୫୩.୦୯ ଲକ୍ଷ ଲୋକଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଉଛି
  • ଅସହାୟା, ସ୍ୱାମୀ ପରିତ୍ୟକ୍ତା, କୋଭିଡ଼ ଯୋଗୁଁ ବିଧବାଙ୍କୁ ମିଳୁଛି ଭତ୍ତା
  • ୨୦୨୭ ଶେଷ ସୁଦ୍ଧା ଶେଷ ହେବ ମେଟ୍ରୋ ରେଳ ପ୍ରକଳ୍ପ
  • ୬୨୫୬ କୋଟି ଟଙ୍କା ବ୍ୟୟରେ ହେବ ମେଟ୍ରୋ ରେଳ ପ୍ରକଳ୍ପ
  • ୩୦ ଜିଲ୍ଲାର ୬୭୯୮ ପଞ୍ଚାୟତରେ ଗଡ଼ିବ ଲକ୍ଷ୍ମୀ ବସ୍‌
  • ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସ୍ଥିର ଓ ଶାନ୍ତିପୂର୍ଣ୍ଣ ରହିଛି
  • ରାଜ୍ୟରେ ବାମପନ୍ଥୀ ଉଗ୍ରବାଦ କାର୍ଯ୍ୟକଳାପ ଉଲ୍ଲେଖନୀୟ ଭାବେ କମିଛି
  • ପୁଲିସ କାର୍ଯ୍ୟାନୁଷ୍ଠାନରେ ୪୨ ନିହତ, ୧୪୫ ଜଣ ଗିରଫ
  • ମାଓ ପ୍ରଭାବିତ ଜିଲ୍ଲାସଂଖ୍ୟା ୨୧ରୁ ୧୦କୁ ହ୍ରାସ ପାଇଛି
  • ମାଲକାନଗିରିର ୩୨ଶହ ମାଓବାଦୀ ଓ ସମର୍ଥକ ମୁଖ୍ୟସ୍ରୋତକୁ ଫେରିଛନ୍ତି
  • ରାଜ୍ୟରେ ମୁଣ୍ଡପିଛା ଆୟ ବଢ଼ିଛି
  • ଆକଳନ ଅନୁଯାୟୀ ୨୦୨୨-୨୩ରେ ମୁଣ୍ଡପିଛା ଆୟ ୧.୫୧ ଲକ୍ଷ ରହିଛି
  • ୨୦୨୧-୨୨ରେ ମୁଣ୍ଡପିଛା ଆୟ ରହିଥିଲା ୧.୨୯ ଲକ୍ଷ
  • ବେକାରୀ ଅଭିବୃଦ୍ଧି ହାର କମିଛି
  • ୨୦୧୭-୧୮ରେ ବେକାରୀ ଅଭିବୃଦ୍ଧି ହାର ଥିଲା ୭.୧%
  • ୨୦୧୯-୨୦ରେ ବେକାରୀ ଅଭିବୃଦ୍ଧି ହାର ରହିଛି ୬.୨%
  • ବିଗତ ୫ ବର୍ଷରେ ମୋଟ ୪୬, ୯୮୬ ପ୍ରାର୍ଥୀଙ୍କୁ ସରକାରୀ ଚାକିରି ମିଳିଛି
  • ଓଡ଼ିଶା ଲୋକସେବା ଆୟୋଗ ଜରିଆରେ ୧୫, ୦୯୬ ନିଯୁକ୍ତି ମିଳିଛି
  • ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ଜରିଆରେ ୧୨, ୯୮୮ ନିଯୁକ୍ତି ମିଳିଛି
  • ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍ ସିଲେକ୍ସନ କମିଶନ ଦ୍ୱାରା ୧୮, ୯୦୨ ନିଯୁକ୍ତି ମିଳିଛି
Governor Raghubar Das BudgetSession2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe