Advertisment

ମୁମ୍ବାଇ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

୧୯ ତାରିଖରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।

author-image
Manoj Swain
undefined

Mohan Charan Majhi

ଆସନ୍ତା ୧୮ ଓ ୧୯ରେ ମୁମ୍ବାଇରେ ଓଡ଼ିଶା ସରକାର ଆୟୋଜନ କରିବାକୁ ଯାଉଛନ୍ତି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ'। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସମେତ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି, ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।

Advertisment

ଆସନ୍ତା ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା ଇଣ୍ଡିଆ କେମ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ଏଥିରେ ପାରାଦୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ଲାଗି ସମ୍ଭାବନା ରହିଛି । ୧୯ ତାରିଖରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।

ଅନ୍ୟପକ୍ଷରେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି, ଯାହାର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ। ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଳାଣ୍ଟ ଲାଗି ଦୁଇଟି ସ୍ଥାନ ନିରୂପଣ କରିବାକୁ ନିର୍ଦ୍ଦେଶ ରହିଛି। ମୋହନ ସରକାର ନିଶ୍ଚିତ ଭାବେ କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବେ ବୋଲି ଶିଳ୍ପମନ୍ତ୍ରୀ ସୂଚନା ଦେଇଛନ୍ତି।

Advertisment
Odisha Odisha Cm