ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ,ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ୍‌ କିଷାନ

ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ

CM PhotoOR

‍ବିଧାନସଭାରେ ବଜେଟ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ

Jitendra Garnayak
  • Published: Thursday, 25 July 2024
  • Updated: 25 July 2024, 07:25 PM IST

Sports

Latest News

ବିଧାନସଭାରେ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅର୍ଥ ବିଭାଗକୁ ନିଜ ପାଖରେ ରଖିଥିବା ଯୋଗୁ ମୁଖ୍ୟମନ୍ତ୍ରୀ ନିଜେ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ କ’ଣ ସବୁ କହିଛନ୍ତି ଚୁମ୍ବକରେ ଜାଣି ନିଅନ୍ତୁ।  

  • ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ପରିକଳ୍ପନା ଜରୁରୀ
  • ଓଡ଼ିଆ ଅସ୍ମିତା ହିଁ ଆମର ପରିଚୟ
  • ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ। ସେଥିପାଇଁ ପ୍ରଥମ କ୍ୟାବିନେଟରେ ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି ହୋଇଛି।
  • ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ
  • ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ
  • କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଲା। ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି। ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି।
  • କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ ଧାନ କିଣାଯିବ। ଧାର୍ଯ୍ୟ ଏମ୍‌ଏସ୍‌ପିଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ।
  • ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ୍‌ କିଷାନ ଆସିଛି। ସିଏମ୍‌ କିଷାନ ଯୋଜନା ପାଇଁ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି। 
  • ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା। ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ।ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଘୋଷଣା।
  • ସୁଭଦ୍ରା ଯୋଜନା ପାଇଁ ବଜେଟରେ ବ୍ୟବସ୍ଥା। ଏହି ଯୋଜନା ପାଇଁ ୧୦ ହଜାର କୋଟିର ବ୍ୟୟବରାଦ। ନିର୍ବାଚନ ଇସ୍ତାହାରରେ ଘୋଷଣା ହୋଇଥିଲା ସୁଭଦ୍ରା ଯୋଜନା।
  • ଓଡ଼ିଶାରେ ଆସିବ ରାଜ୍ୟ ସମବାୟ ନୀତି
  • ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ ହେବ। ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। 
  • ପ୍ରାରମ୍ଭିକ ପର୍ଯ୍ୟାୟରେ ଉପଖଣ୍ଡ ସ୍ତରରେ ଶୀତଳ ଭଣ୍ଡାର ସ୍ଥାପନ କରାଯିବାକୁ ଯୋଜନାରହିଛି। ଆଗାମୀ ବର୍ଷମାନଙ୍କରେ ବ୍ଲକ ସ୍ତରରେ ଏହାକୁ କାର୍ଯ୍ୟକାରୀ କରାଯିବ। 
  • ଚଳିତ ବର୍ଷ ଜଳ ସମ୍ପଦ ବିଭାଗ ନିମନ୍ତେ ବ୍ୟୟ ବରାଦକୁ ୨୫% ବୃଦ୍ଧି କରାଯାଇଛି।
  • ଓଡ଼ିଶା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରହିଛି। ୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି। ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ।
  • ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’ ଆରମ୍ଭ କରାଯିବ। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା ଆରମ୍ଭ କରାଯିବ। ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ କରାଯାଇଛି।
  • ରାଜ୍ୟର ଆଦିବାସୀ ଗ୍ରାମଗୁଡ଼ିକାର ବିକାଶର ଆହ୍ୱାନକୁ ମୁକାବିଲା କରିବାକୁ ‘ଆଦର୍ଶ ଆଦିବାସୀ ଗ୍ରାମ କାର୍ଯ୍ୟକ୍ରମ’ ଶୁଭାରମ୍ଭ କରିବାର ଲକ୍ଷ୍ୟ ରଖାଯାଇଛି। ଆଗାମୀ ୫ ବର୍ଷ ମଦ୍ୟରେ ୫୦୦ଟି ଗାଁକୁ ଆଦର୍ଶ ଗାଁରେ ପରିଣତ କରାଯିବ।
  • ଦକ୍ଷତା ବିକାଶ ଓ ଆୟ ସୃଷ୍ଟିକାରୀ ଯୋଜନା ମାଧ୍ୟମରେ ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରି ଅନୁସୂଚିତ ଜାତି ସଂପ୍ରଦାୟ ମଧ୍ୟରେ ଦାରିଦ୍ର୍ୟ ହ୍ରାସ କରିବା ପାଇଁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଅନୁସୂଚିତ ଜାତି ଅଭ୍ୟୁଦୟ ଯୋଜନା କାର୍ଯ୍ୟକାରୀ କରାଯିବ।
  • ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା। ୮୦ ପ୍ରତିଶତରୁ କମ୍‌ ହୋଇନଥିବା ଭିନ୍ନକ୍ଷମ ମଧ୍ୟ ପାଇବେ ବର୍ଦ୍ଧିତ ଭତ୍ତା।
  • ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର।ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଆରମ୍ଭ। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ମଧ୍ୟ ଘୋଷଣା।
  • ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ। ଏଥିପାଇଁ ବଜେଟରେ ୨୪୬୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିରେ କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଟଙ୍କା ଅନ୍ତର୍ଭୁକ୍ତ ରହିଛି। ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା ରହିଛି। ଆରବର୍ଷ ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଯୋଜନା ହୋଇଛି।
  • ମୋ ସ୍କୁଲ ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟ ବରାଦ।
  • ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’। ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ST ପିଲାଙ୍କୁ ମିଳିବ ଟଙ୍କା। ଏହି ଯୋଜନାରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା।
  • ଭୁବନେଶ୍ୱରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ଘୋଷଣା। ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ଟଙ୍କା ବ୍ୟୟ ବରାଦ।
  • ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’ କାର୍ଯ୍ୟକାରୀ ହେବ। ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ST ପିଲାଙ୍କୁ ମିଳିବ ଟଙ୍କା। ଏହି ଯୋଜନାରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା।
  • ଭୁବନେଶ୍ବରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ଘୋଷଣା। ବିଶ୍ବସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି। 
  • ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା। ପିଏମ୍‌ ଆବାସ ପାଉନଥିବା ହିତାଧିକାରୀ ପାଇବେ ଅନ୍ତ୍ୟୋଦୟ ଗୃହ।
  • ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା। ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ।ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟ ବରାଦ।
  • ୨୦୨୭ ସୁଦ୍ଧା ଭୁବନେଶ୍ବର-ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଯାଏ ଚାଲିବ। ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ। ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ।
  • ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ସହାୟତା। ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ରିହାତି। ୨ କିଲୋୱାଟ ପାଇଁ ୬୦ ହଜାର, ୩ କିଲୋୱାଟ ପାଇଁ ୭୮ ହଜାର ରିହାତି। ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟର ସୌରଶକ୍ତି ପ୍ରୋତ୍ସାହନ ଯୋଜନା।
  • ମେକ୍‌ ଇନ୍‌ ଓଡ଼ିଶା ନାଁ ବଦଳି ହେଲା ଉତ୍କର୍ଷ ଉତ୍କଳ। ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ ଲକ୍ଷ୍ୟ। ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ଯୋଜନା। ୨ ବିଲିୟନ ଡଲାରରୁ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ବି ଲକ୍ଷ୍ୟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story