ଭୁବନେଶ୍ୱର: ପୋଷ୍ଟ ଅଫିସ୍ରେ ଡାଲି ବିକ୍ରିକୁ ନେଇ କେନ୍ଦ୍ର ସରକାରଙ୍କ ଘୋଷଣା ପରେ ଆରମ୍ଭ ହୋଇଛି କସରତ। ପୋଷ୍ଟ ଅଫିସ୍ରେ କେମିତି ଡାଲି ବିକ୍ରି ହେବ, ଏଥିପାଇଁ କଣ ଗାଇଡ୍ ଲାଇନ୍ ରହିବ, ଦର କିଭଳି ନିର୍ଣ୍ଣୟ ହେବ ତାକୁ ନେଇ ତର୍ଜମା ଆରମ୍ଭ ହୋଇଛି।
ସରକାରୀ କଣ୍ଟ୍ରୋଲ ଦୋକାନ ନ ଥିବା ସ୍ଥାନରେ ପୋଷ୍ଟ ଅଫିସ୍ରେ ଡାଲି ବିକ୍ରି ପାଇଁ ବ୍ୟବସ୍ଥା କରାଯିବ। ଆନ୍ତଃମନ୍ତ୍ରୀ ସ୍ତରୀୟ କମିଟି ସୁପାରିଶ କରିବା ପରେ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କେନ୍ଦ୍ର ଖାଉଟି ବ୍ୟାପାର ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ କହିଛି।
ସେପଟେ ଅଲ ଇଣ୍ଡିଆ ପୋଷ୍ଟାଲ୍ ୟୁନିୟନ୍ କହିଛି ପୋଷ୍ଟାଲ୍ ବିଭାଗର ମୌଳିକତା ନଷ୍ଟ ହେଉଛି।
ରାଜ୍ୟ ସରକାରଙ୍କ ପାଖକୁ ଏ ନେଇ କୌଣସି ଗାଇଡ୍ଲାଇନ୍ ଆସିନାହିଁ, ଆସିଲେ ତର୍ଜମା କରି ପଦକ୍ଷେପ ନେବେ ବୋଲି ଖାଦ୍ୟ ଯୋଗାଣ ବିଭାଗ ସଚିବ ମଧୁସୂଦନ ପାଢ଼ୀ କହିଛନ୍ତି।
ଓଡ଼ିଶା ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା କହିଛନ୍ତି,“ସରକାରଙ୍କ ଯେଉଁ ସିଷ୍ଟମ ରହିଛି ପୋଷ୍ଟାଲରେ ଡାଲି ବିକ୍ରି ଫଳପ୍ରଦ ହୋଇପାରିବ ନାହିଁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।