‘୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ’ | Odisha Reporter
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ ଉପସ୍ଥାପନ ବେଳେ ବଡ଼ ଘୋଷଣା କରିଛନ୍ତି ସୀତରମଣ। ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ । ସେହିଭଳି ୩ ଲକ୍ଷରୁ ୭ ଲକ୍ଷ ଯାଏ ଆୟରେ ମାତ୍ର ୫% ଆୟକର ଦେବାକୁ ପଡିବ। ୭ ଲକ୍ଷରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦%, ୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫%, ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦% ଓ ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦% କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
