ପରିକ୍ରମା ପ୍ରକଳ୍ପ କଥା କହିଲେ ରାଜ୍ୟପାଳ | Odisha Reporter
ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହାସହ ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କରିଥିଲେ ରାଜ୍ୟପାଳ ରଘୁବର ଦାସ। ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଥିଲେ ରାଜ୍ୟପାଳ। ଏଥିସହ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରି ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
